ଭୁବନେଶ୍ଵର : ଓଡ଼ିଶା ଉତ୍କଳ ଦିବସରେ ଓଡ଼ିଶାବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି । ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କ ପାଇଁ ଖୁସି ଖବର। ଆଉ ୬ ମାସ ଅତିରିକ୍ତ ଚାଉଳ ବଣ୍ଟନ ବୃଦ୍ଧି କରାଯାଇଛି। ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କୁ ମାସକୁ ୫ କେଜି ମାଗଣା ଚାଉଳ ମିଳିବ । ଆସନ୍ତା ସେପ୍ଟେମ୍ବର ପର୍ଯ୍ଯନ୍ତ ଏହି ଚାଉଳ ମିଳିବ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହାଦ୍ୱାରା ରାଜ୍ୟର ୮ ଲକ୍ଷ ୯ ହଜାର ହିତାଧିକାରୀ ଉପକୃତ । ୬ ମାସ ଅତିରିକ୍ତ ଚାଉଳ ବଣ୍ଟନ ହେବା ଦ୍ୱାରା ରାଜ୍ୟ ସରକାର ୯୧ କୋଟି ୭୦ ଲକ୍ଷ ଟଙ୍କା ବହନ କରିବେ । ଏଥିପାଇଁ ଷ୍ଟେଟପୁଲରୁ ୨୪ ହଜାର ୨୭୦ ଟନ୍ ଚାଉଳ ଯୋଗାଇ ଦିଆଯିବ ।
2022-04-01

