ନବୀନଙ୍କ ନୂଆ ମନ୍ତ୍ରୀମଣ୍ଡଳରେ କାହାକୁ ମିଳିଲା କେଉଁ ବିଭାଗ ଜାଣନ୍ତୁ

ଭୁବନେଶ୍ଵର :  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ୫ମ ପାଳିକୁ ୩ ବର୍ଷ ପୂର୍ଣ୍ଣ ହେବା ପରେ ମନ୍ତ୍ରୀମଣ୍ଡଳ ପରିବର୍ତ୍ତନ କରିଛନ୍ତି। ସମସ୍ତ ୨୦ ଜଣ ମନ୍ତ୍ରୀ ଗତକାଲି ସାମୁହିକ ଇସ୍ତଫା ପତ୍ର ପ୍ରଦାନ କରିବା ପରେ ଆଜି ନୂଆ ମନ୍ତ୍ରୀମାନେ ଶପଥ ନେଇଛନ୍ତି। ଲୋକସେବା ଭବନର କନଭେନସନ୍ ହଲରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମନ୍ତ୍ରୀମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।

ଆଜି ଲୋକସେବା ଭବନର କନଭେନସନ୍ ହଲରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମନ୍ତ୍ରୀମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଆଜି ଶପଥ ନେଇଥିବା କ୍ୟାବିନେଟ୍ ମନ୍ତ୍ରୀମାନେ ହେଲେ- ନିରଞ୍ଜନ ପୂଜାରୀ, ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ପ୍ରମିଳା ମଲ୍ଲିକ, ଉଷା ଦେବୀ, ପ୍ରଫୁଲ୍ଲ କୁମାର ମଲ୍ଲିକ, ପ୍ରତାପ କେଶରୀ ଦେବ, ଅତନୁ ସବ୍ୟସାଚୀ ନାୟକ, ପ୍ରଦୀପ କୁମାର ଅମାତ, ନବ କିଶୋର ଦାସ, ଅଶୋକ ଚନ୍ଦ୍ର ପଣ୍ଡା, ଟୁକୁନି ସାହୁ, ରାଜେନ୍ଦ୍ର ଢୋଲକିଆ ଓ ଜଗନ୍ନାଥ ସାରକା।ସେହିପରି ଶପଥ ନେଇଥିବା ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ)ମାନେ ହେଲେ- ସମୀର ରଞ୍ଜନ ଦାଶ, ଅଶ୍ୱିନୀ କୁମାର ପାତ୍ର, ପ୍ରୀତିରଞ୍ଜନ ଘଡ଼େଇ, ଶ୍ରୀକାନ୍ତ ସାହୁ, ତୁଷାରକାନ୍ତି ବେହେରା, ରୋହିତ ପୂଜାରୀ, ରୀତା ସାହୁ ଓ ବାସନ୍ତୀ ହେମ୍ବ୍ରମ।
ତେବେ ଶପଥ ଗ୍ରହଣ ପରେ ମନ୍ତ୍ରୀମାନଙ୍କ ବିଭାଗ ବଣ୍ଟନ କରାଯାଇଛି। ତେବେ କେଉଁ ମନ୍ତ୍ରୀଙ୍କୁ କେଉଁ ବିଭାଗ ମିଳିଛି

୧. ଜଗନ୍ନାଥ ସାରକା (ଆଇନ, ଅନୁସୂଚିତ ଜାତି ଜନଜାତି ବିକାଶ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ ବିକାଶ)

୨.ନିରଞ୍ଜନ ପୂଜାରୀ (ଅର୍ଥ, ସଂସଦୀୟ ବ୍ୟାପାର)

୩.ରଣେନ୍ଦ୍ର ପ୍ରତାପ ସ୍ୱାଇଁ (କୃଷି, ମତ୍ସ୍ୟ ଓ ପଶୁସମ୍ପଦ ବିଭାଗ)

୪.ପ୍ରଦୀପ କୁମାର ଅମାତ (ପଞ୍ଚାୟତରାଜ, ଜଙ୍ଗଲ ଓ ପରିବେଶ, ସୂଚନା ଓ ଲୋକସମ୍ପର୍କ)

୫. ଅତନୁ ସବ୍ୟସାଚୀ ନାୟକ (ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ବିଭାଗ)

୬.ଟୁକୁନି ସାହୁ ( ଜଳ ସମ୍ପଦ, ବାଣିଜ୍ୟ ଓ ପରିବହନ)

୭.ଉଷା ଦେବୀ ( ଗୃହ ଓ ନଗର ଉନ୍ନୟନ)

୮. ପ୍ରତାପ କେଶରୀ ଦେବ(ଶକ୍ତି, ଶିଳ୍ପ, ଅଣୁ କ୍ଷୁଦ୍ର ମଧ୍ୟମ ଉଦ୍ୟୋଗ)

୯. ପ୍ରମିଳା ମଲ୍ଲିକ( ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା)
୧୦.ପ୍ରଫୁଲ୍ଲ ମଲ୍ଲିକ ( ଖଣି ଓ ଇସ୍ପାତ, ପୂର୍ତ୍ତ ବିଭାଗ )

୧୧. ନବ କିଶୋର ଦାସ (ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ)

୧୨. ଅଶୋକ ଚନ୍ଦ୍ର ପଣ୍ଡା( ବିଜ୍ଞାନ ଓ କାରିଗରୀ କୌଶଳ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ)

୧୩.ରାଜେନ୍ଦ୍ର ଢୋଲକିଆ ( ଯୋଜନା ଓ ସଂଯୋଜନ)

୧୪. ରୋହିତ ପୂଜାରୀ ( ଉଚ୍ଚ ଶିକ୍ଷା )

୧୫. ସମୀର ରଞ୍ଜନ ଦାସ ( ଗଣଶିକ୍ଷା )

୧୬. ବାସନ୍ତୀ ହେମ୍ୱମ୍ (ମହିଳା, ଶିଶୁ କଲ୍ୟାଣ ଓ ମିଶନ ଶକ୍ତି)

୧୭.ପ୍ରୀତିରଞ୍ଜନ ଘଢେଇ (ଗ୍ରାମ୍ୟ ଉନ୍ନୟନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା)

୧୮. ତୁଷାରକାନ୍ତି ବେହେରା (କ୍ରୀଡ଼ା ଓ ଯୁବ ବ୍ୟାପାର, ଅତିରିକ୍ତ ଭାବେ ଗୃହ ରାଷ୍ଟ୍ରମନ୍ତ୍ରୀ)

୧୯. ରୀତା ସାହୁ ( ହସ୍ତତନ୍ତ ଓ ବୟନ ଶିଳ୍ପ)

୨୦. ଅଶ୍ୱିନୀ କୁମାର ପାତ୍ର (ପର୍ଯ୍ୟଟନ, ଅବକାରୀ, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ)

୨୧. ଶ୍ରୀକାନ୍ତ ସାହୁ (ଶ୍ରମ ଓ ନିଯୁକ୍ତି ମନ୍ତ୍ରୀ)

Leave a Reply

Your email address will not be published. Required fields are marked *