ମୁଖ୍ୟମନ୍ତ୍ରୀ ଶ୍ରୀ Naveen Patnaik ସହରାଞ୍ଚଳରେ କାମ କରୁଥିବା ୮ ହଜାର Mission Shakti Odisha ଗୋଷ୍ଠୀ ସହଭାଗୀମାନଙ୍କୁ ସାଇକେଲ ବଣ୍ଟନ କରିଛନ୍ତି। ସ୍ୱଚ୍ଛ କର୍ମୀ, ସ୍ୱଚ୍ଛ ସାଥୀ, ଆହାର କର୍ମୀ, ଜଳ ସାଥୀ ଏବଂ ସୁପରଭାଇଜର ଆଦି ଗୋଷ୍ଠୀ ସହଭାଗୀମାନଙ୍କୁ ଏହି ସାଇକେଲ ପ୍ରଦାନ କରାଯାଇଛି।
ବିଭିନ୍ନ ସହରରେ ମିଶନ ଶକ୍ତି ମା’ମାନେ କମ୍ୟୁନିଟି ପାର୍ଟିସିପେସନ କାର୍ଯ୍ୟକ୍ରମରେ ଅନେକ ଦାୟିତ୍ବ ହାତକୁ ନେଇଛନ୍ତି। ଆହାର,କଠିନ ବର୍ଜ୍ୟବସ୍ତୁ ପରିଚାଳନା, ପରିମଳ,ଜଳସାଥି, ସ୍ବଚ୍ଛସାଥି ଆଦି ଅନେକ କାମ କରୁଛନ୍ତି। ମା’ମାନଙ୍କ ସୁବିଧା ପାଇଁ ରାଜ୍ୟ ସରକାର ସାଇକେଲ ପ୍ରଦାନ କରୁଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।

Housing & Urban Development Department, Govt. of Odisha ମିଶନ ଶକ୍ତି ମା’ମାନଙ୍କୁ ₹୧୦୦ କୋଟିର ପ୍ରୋତ୍ସାହନ ଦେଇଥିବାରୁ ମୁଖ୍ୟମନ୍ତ୍ରୀ ଖୁସି ପ୍ରକାଶ କରିଛନ୍ତି। ଓଡ଼ିଶାର ମିଶନ ଶକ୍ତି କମ୍ୟୁନିଟି ପାର୍ଟିସିପେସନ କ୍ଷେତ୍ରରେ ସାରା ବିଶ୍ବରେ ସୁନାମ ଅର୍ଜନ କରିଛି। ସମସ୍ତେ ଏକ ହୋଇ ଭଲ କାମ କରି ଓଡ଼ିଶା ମା’ର ସୁନାମ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ କରିଛନ୍ତି।

