ଅକ୍ଷର ଭୂମିର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ

ଅକ୍ଷର ଭୂମିର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଫେବୃୟାରୀ ୩ ରୁ ଭୁବନେଶ୍ଵରର ଜନତା ମଇଦାନରେ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀରେ ଓଡିଆ ଭାଷାର ଜୟଗାନ କରିବ । ଆମ ଭାଷାର ସୌନ୍ଦର୍ଯ୍ୟ ଓ ଖାଣ୍ଡେଲାଇଟ ପଥରରେ ଲିପିବଦ୍ଧ ହୋଇଥିବା କଳିଙ୍ଗ ସ୍ଥାପତ୍ୟର ଅନନ୍ୟ ନିଦର୍ଶନ ଏହା ମାଧ୍ୟମରେ ପ୍ରତିଫଳିତ ହେବ । ଏହି ଉପଲକ୍ଷେ ଭୁବନେଶ୍ବର କଳାମଣ୍ଡଳ ପରିସରରେ ନିର୍ମିତ ଅକ୍ଷର ଭୂମିର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ । ଅକ୍ଷର ଭୂମିର କାନ୍ଥବାଡ ବଖାଣୁଛି ଓଡ଼ିଆ ଲିପିର କାହାଣୀ । ପଥର ଖୋଦିତ ଅକ୍ଷର ସାଙ୍ଗକୁ ଦେଖିବାକୁ ମିଳୁଛି ଥ୍ରୀଡି ଝଲକ । ମନ ମୋହୁଛି ମୁକ୍ତେଶ୍ବର ମନ୍ଦିର ତୋରଣ ଆକୃତି ତୋରଣ । ଭାଷାବିତଙ୍କୁ ଟାଣିନେଉଛି ବୃହତ୍ ଆକୃତିର ଓଡ଼ିଆ ଲିପି `ଅ’। ସ୍ମାରକୀ ହେବାକୁ ଯାଉଛି ଭୁବନେଶ୍ବର କଳାମଣ୍ଡଳ ପରିସରରେ ଥିବା ଏହି ଭାଷା ସୌଧ ।

ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମିଳନୀକୁ ସ୍ମରଣୀୟ କରିବା ପାଇଁ ଖାଣ୍ଡେଲାଇଟ ପଥରରେ କଳିଙ୍ଗ ଶୈଳୀରେ ଓଡ଼ିଶାର କଳା ଓ ଭାସ୍କର୍ଯ୍ଯର ଅପୂର୍ବ ନିଦର୍ଶନ ସ୍ବରୂପ ନିର୍ମିତ ହୋଇଛି ଅକ୍ଷର ଭୂମି । ଓଡ଼ିଆ ବର୍ଣ୍ଣମାଳାରେ ସୁଶୋଭିତ ଅକ୍ଷର ଭୂମି, ଆମ ଭାଷା ପ୍ରୀତିକୁ ଉଜ୍ଜୀବିତ କରି ରଖିବା ସହ ଆମ ଭାଷା ସଂସ୍କୃତି କଳା ଓ ସ୍ଥାପତ୍ୟର ଜୟଗାନ କରି ଚାଲିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
୫-ଟି ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ୍ ନିୟମିତ କଳାମଣ୍ଡଳ ଯାଇ ଅକ୍ଷର ଭୂମି ନିର୍ମାଣ କାର୍ଯ୍ୟ ତଦାରଖ କରୁଥିଲେ । ତାଙ୍କର ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଏହି କାର୍ଯ୍ୟ IDCO ଜରିଆରେ ସମ୍ପାଦିତ ହୋଇଛି ।

Leave a Reply

Your email address will not be published. Required fields are marked *