ମଦମୃତୁ୍ୟ ମାମଲାର ଅନୁଧ୍ୟାନ କରିବ ବିଜେଡ଼ିର ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍: ପ୍ରତାପ ଜେନା

ବିଜେପି ସରକାର ଦାୟିତ୍ୱ ନେବାର ଶହେ ଦିନ ନ ପୁରୁଣୁ ଅପମିଶ୍ରିତ ମଦ ପିଇ ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ଚିକିଟି ଠାରେ ୨ ଜଣଙ୍କ ମୃତୁ୍ୟ ହୋଇଛି ଏବଂ ଅନେକ ଲୋକ ଜୀବନ ମୃତୁ୍ୟ ସହ ସଂଗ୍ରାମ କରୁଛନ୍ତି ବୋଲି ଶଙ୍ଖ ଭବନ ଠାରେ ଆୟୋଜିତ ଏକ ସାମ୍ୱାଦିକ ସମ୍ମିଳନୀରେ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ଗଣମାଧ୍ୟମ ସଂଯୋଜକ ଶ୍ରୀ ପ୍ରତାପ ଜେନା କହିଛନ୍ତି ଯେ, । ଏହି ଘଟଣା ବାବଦରେ ଆଜି ବିଜୁ ଜନତା ଦଳ ବିଧାନସଭାରେ ପ୍ରଶ୍ନ ଉଠାଇଛି ।

ବିଜୁ ଜନତା ଦଳ ସଭାପତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଏହି ମଦମୃତୁ୍ୟ ଘଟଣାର ଅନୁଧ୍ୟାନ ପାଇଁ ପୂର୍ବତନ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀଙ୍କ ନେତୃତ୍ୱରେ ଏକ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ଗଠନ କରିଛନ୍ତି । ଏହି ଟିମ୍ ରେ ଶ୍ରୀ ପୂଜାରୀଙ୍କ ସହ ପୂର୍ବତନ ମନ୍ତ୍ରୀ ଶ୍ରୀମତୀ ଉଷା ଦେବୀ, ପୂର୍ବତନ ବିଧାୟକ ଡକ୍ଟର ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ ଏବଂ ବିକ୍ରମ କୁମାର ପଣ୍ଡା ରହିଛନ୍ତି । ଆସନ୍ତାକାଲି ସକାଳେ ଏହି ଟିମ୍ ଘଟଣାସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ କରିବା ସହ ସଭାପତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କୁ ମଦମୃତୁ୍ୟ ଘଟଣାର ବିସ୍ତୃତ ବିବରଣୀ ପ୍ରଦାନ କରିବେ ।

Leave a Reply

Your email address will not be published. Required fields are marked *