ଭରତପୁର ଥାନା ନିର୍ଯ୍ୟାତନା ଘଟଣା: ନବୀନ ପଟ୍ଟନାୟକଙ୍କ ଦୃଢ଼ ନିନ୍ଦା

ଭରତପୁର ଥାନାରେ ଯେପରି ଭାବରେ ଜଣେ ମିଲିଟାରୀ ଅଧିକାରୀ ଓ ଜଣେ ମହିଳା ଙ୍କୁ ନିର୍ଯ୍ୟାତନାଦିଆଗଲା ତାକୁ ବିରୋଧୀଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ଦୃଢ଼ ନିନ୍ଦା କରିବା ସହ ଏ ଘଟଣା କୁ ଲୋମହର୍ଷଣ କାରି ଓ କଳ୍ପନାତୀତ ବୋଲି ବର୍ଣ୍ଣନା କରିଛନ୍ତି|ଥାନା ଭିତରେ ପୋଲିସ ଯେଭଳି ନିର୍ଦୟ ବ୍ୟବହାର କରିଥିବା ଅଭିଯୋଗ ହୋଇଛି ତାହା ସାରା ଦେଶର ବିବେକକୁ ଦୋହଲାଇ ଦେଇଛି | ଓଡିଶା ଭିତରେ ଜଣେ ମିଲିଟାରୀ ଅଧିକାରୀ ଓ ଜଣେ ମହିଳାଙ୍କ ପ୍ରତି ଏଭଳି ଅତ୍ୟାଚାର ଅତ୍ୟନ୍ତ ଦୁଃଖ ଦାୟକ ବୋଲି ଶ୍ରୀ ପଟ୍ଟନାୟକ ବର୍ଣ୍ଣନା କରିଛନ୍ତି|ଏହି ନାରକୀୟ ଘଟଣାକୁ ବିଜୁ ଜନତା ଦଳ ଦୃଢ଼ ଭାବରେ ନିନ୍ଦା କରିବା ସହ ଘଟଣାରେ ସମ୍ପୃକ୍ତ ସମସ୍ତଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ବିଜେପି ସରକାର ଗ୍ରହଣ କରିବେ ବୋଲି ଶ୍ରୀ ପଟ୍ଟନାୟକ ଆଶା ପ୍ରକାଶ କରିଛନ୍ତି|

ଶ୍ରୀ ପଟ୍ଟନାୟକ କହିଛନ୍ତି ତାଙ୍କ ସରକାର ସମୟ ରେ ମୋ ସରକାର ବ୍ୟବସ୍ଥା ଥିଲା | ଏଥିରେ ମୁଖ୍ୟମନ୍ତ୍ରୀ ଙ୍କ ଠାରୁ ଆରମ୍ଭ କାରି ମନ୍ତ୍ରୀ ଓ ବରିଷ୍ଠ ଅଧିକାରୀ ମାନେ ଥାନା ଓ ଡାକ୍ତରଖାନା ସମେତ ବିଭିନ୍ନ ସରକାରୀ କାର୍ଯ୍ୟାଳୟକୁ ଯାଉଥିବା ନାଗରିକ ମାନଙ୍କଠାରୁ କର୍ମଚାରୀ ମାନଙ୍କ ବ୍ୟବହାର ଓ ବୃତ୍ତିଗତ ଦକ୍ଷତା ସଂମ୍ପର୍କ ରେ feedback ସଂଗ୍ରହ କରୁଥିଲେ| ବିଜେପି ସରକାର ଶାସନ କୁ ଆସିବା ପରେ ପରେ ତୁରନ୍ତ ମୋ ସରକାର ପରି ଲୋକାଭିମୁଖୀ କାର୍ଯ୍ୟକ୍ରମକୁ ବନ୍ଦ କରିଦେଲେ,ଯାହାର ପରିଣାମ ଏବେ ସର୍ବତ୍ର ଦୃଶ୍ୟମାନ|ପୁରୀ ରାଜଭବନ ଘଟଣା ରେ ଦାୟିତ୍ୱ ସମ୍ପାଦନ କରୁଥିବା ଜଣେ ସରକାରୀ ଅଧିକାରୀଙ୍କ ଉପରେ ରାଜ୍ୟପାଳଙ୍କ ପୁଅ ଆକ୍ରମଣ କରିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ପାଇଁ ସରକାର ମନା କରିଦେବା ଦ୍ୱାରା ଏହା ଅପରାଧୀ ମାନଂକୁ ଉତ୍ସାହିତ କରିଛି| ରାଜ୍ୟପାଳଙ୍କ ପୁଅ ବିରୋଧ ରେ କାର୍ଯ୍ୟାନୁଷ୍ଠାନ ପାଇଁ ମୁଁ ପୁଣି ଥରେ ସରକାର ଙ୍କୁ ଅନୁରୋଧ କରୁଛି|ଭରତପୁର ଥାନା ରେ ଜଣେ ମିଲିଟାରୀ ଅଧିକାରୀ ଓ ଜଣେ ମହିଳା ଙ୍କ ଉପରେ ଯେଭଳି ଜଘନ୍ୟ ଅତ୍ୟାଚାର କରାଗଲା ତାର କୋର୍ଟ ତତ୍ୱାବଧାନ ରେ SIT ତଦନ୍ତ ସହ ଶ୍ରୀ ପଟ୍ଟନାୟକ ବିଚାରବିଭାଗୀୟ ତଦନ୍ତ ଦାବୀ କରିଛନ୍ତି|

Leave a Reply

Your email address will not be published. Required fields are marked *